17ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।
18ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
19ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।