ନିହିମୀୟା 5

କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”

Nehemiah 5:2 (UKJV) For there were that said, We, our sons, and our daughters, are many: therefore we take up corn for them, that we may eat, and live.

1ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ।

2କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”

3ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”

4ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.