ନିହିମୀୟା 5

ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।

Nehemiah 5:4 (UKJV) There were also that said, We have borrowed money for the king's tribute, and that upon our lands and vineyards.

2କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”

3ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”

4ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।

5ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”

6ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.