ନିହିମୀୟା 5

ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।

Nehemiah 5:6 (UKJV) And I was very angry when I heard their cry and these words.

4ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।

5ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”

6ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।

7ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।

8ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.