ନିହିମୀୟା 6

ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”

Nehemiah 6:11 (UKJV) And I said, Should such a man as I flee? and who is there, that, being as I am, would go into the temple to save his life? I will not go in.

9ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।

10ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”

11ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”

12ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।

13ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.