ନିହିମୀୟା 6

ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।

Nehemiah 6:15 (UKJV) So the wall was finished in the twenty and fifth day of the month Elul, in fifty and two days.

13ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।

14ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।

15ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।

16ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।

17ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.