15ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।
16ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।
17ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
18କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମ୍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।
19ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।