1ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନ ସ୍ଥାନ ନାହିଁ, ଏହି ସମ୍ବାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗର-ଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।
2ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।
3ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”
4ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।