ନିହିମୀୟା 6

ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।

Nehemiah 6:8 (UKJV) Then I sent unto him, saying, There are no such things done as you says, but you feign them out of yours own heart.

6ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।

7ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”

8ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।

9ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।

10ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.