2ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
3ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”
4ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
5ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
6ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;