ନିହିମୀୟା 7

ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,

Nehemiah 7:5 (UKJV) And my God put into mine heart to gather together the nobles, and the rulers, and the people, that they might be reckoned by genealogy. And I found a register of the genealogy of them which came up at the first, and found written therein,

3ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”

4ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।

5ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,

6ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;

7ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.