4ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
5ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
6ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
7ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
8ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।