64ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
65ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
66ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।
67ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
68ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;