ନିହିମୀୟା 7

ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।

Nehemiah 7:70 (UKJV) And some of the chief of the fathers gave unto the work. The Tirshatha gave to the treasure a thousand drams of gold, fifty basons, five hundred and thirty priests' garments.

68ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;

69ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।

70ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।

71ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।

72ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.