ନିହିମୀୟା 7

ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

Nehemiah 7:72 (UKJV) And that which the rest of the people gave was twenty thousand drams of gold, and two thousand pound of silver, and threescore and seven priests' garments.

70ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।

71ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।

72ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

73ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.