16ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
17ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
18ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।