1ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।
2ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
3ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
4ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ।