ନିହିମୀୟା 8

ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।

Nehemiah 8:3 (UKJV) And he read therein before the street that was before the water gate from the morning until midday, before the men and the women, and those that could understand; and the ears of all the people were attentive unto the book of the law.

1ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।

2ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।

3ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।

4ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।

5ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.