ନିହିମୀୟା 8

ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।

Nehemiah 8:4 (UKJV) And Ezra the scribe stood upon a pulpit of wood, which they had made for the purpose; and beside him stood Mattithiah, and Shema, and Anaiah, and Urijah, and Hilkiah, and Maaseiah, on his right hand; and on his left hand, Pedaiah, and Mishael, and Malchiah, and Hashum, and Hashbadana, Zechariah, and Meshullam.

2ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।

3ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।

4ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।

5ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।

6ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.