5ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।
6ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
7ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
8ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
9ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।