7ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
8ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।
9ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
10ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
11ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।”