9ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;
10ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
11ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
12ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।
13ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;