12ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।
13ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
14ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
15ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।
16ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,