13ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
14ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
15ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।
16ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
17ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।