1ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।
2ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।
3ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।
4ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।