ନିହିମୀୟା 9

ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।

Nehemiah 9:28 (UKJV) But after they had rest, they did evil again before you: therefore left you them in the land of their enemies, so that they had the dominion over them: yet when they returned, and cried unto you, you heard them from heaven; and many times did you deliver them according to your mercies;

26ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।

27ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

28ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।

29ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।

30ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.