ନିହିମୀୟା 9

ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।

Nehemiah 9:3 (UKJV) And they stood up in their place, and read in the book of the law of the LORD their God one fourth part of the day; and another fourth part they confessed, and worshipped the LORD their God.

1ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।

2ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।

3ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।

4ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।

5ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.