29ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
30ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
31ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
32ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
33ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।