ନିହିମୀୟା 9

ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

Nehemiah 9:33 (UKJV) Nevertheless you are just in all that is brought upon us; for you have done right, but we have done wickedly:

31ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।

32ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।

33ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

34ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।

35ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.