ନିହିମୀୟା 9

ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।

Nehemiah 9:36 (UKJV) Behold, we are servants this day, and for the land that you gave unto our fathers to eat the fruit thereof and the good thereof, behold, we are servants in it:

34ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।

35ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।

36ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।

37ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”

38ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.