36ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
37ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”
38ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।