4ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।
5ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
6କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
7ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
8ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।