ନିହିମୀୟା 9

ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;

Nehemiah 9:7 (UKJV) You are the LORD the God, who did choose Abram, and brought him forth out of Ur of the Chaldees, and gave him the name of Abraham;

5ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।

6କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।

7ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;

8ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍‍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।

9ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.