6କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
7ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
8ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
9ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;
10ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।