ଗଣନା ପୁସ୍ତକ 1

ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Numbers 1:16 (UKJV) These were the renowned of the congregation, princes of the tribes of their fathers, heads of thousands in Israel.

14ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।

15ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।”

16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

17ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।

18ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.