ଗଣନା ପୁସ୍ତକ 1

“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।

Numbers 1:2 (UKJV) Take all of you the sum of all the congregation of the children of Israel, after their families, by the house of their fathers, with the number of their names, every male by their polls;

1ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,

2“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।

3କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।

4ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.