21ରୁବେନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
22ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;
23ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
24ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25ଗାଦ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।