24ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25ଗାଦ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
26ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
27ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
28ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;