27ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
28ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
29ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
30ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
31ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।