36ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।
38ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
39ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
40ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;