40ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
41ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
42ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
43ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
44ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।