ଗଣନା ପୁସ୍ତକ 1

ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।

Numbers 1:47 (UKJV) But the Levites after the tribe of their fathers were not numbered among them.

45ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।

46ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।

47ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।

48କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,

49“ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.