48କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
49“ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
50ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
51ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
52ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।