ଗଣନା ପୁସ୍ତକ 1

ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।

Numbers 1:52 (UKJV) And the children of Israel shall pitch their tents, every man by his own camp, and every man by his own standard, throughout their hosts.

50ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।

51ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।

52ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।

53ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”

54ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.