ଗଣନା ପୁସ୍ତକ 10

ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।

Numbers 10:12 (UKJV) And the children of Israel took their journeys out of the wilderness of Sinai; and the cloud rested in the wilderness of Paran.

10ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

11ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।

12ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।

13ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।

14ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.