16ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।