20ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।