25ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”