1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
3ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
4ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।