ଗଣନା ପୁସ୍ତକ 10

ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”

Numbers 10:30 (UKJV) And he said unto him, I will not go; but I will depart to mine own land, and to my kindred.

28ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।

29ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”

30ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”

31ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।

32ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.